ରାଜ୍ୟରେ ପୁଣି ଲକଡାଉନ୍ ଘୋଷଣା, ଆସନ୍ତା ମେ ୫ ତାରିଖରୁ ୧୯ ତାରିଖ ଯାଏଁ ଲାଗୁ ହେଲା ୧୪ ଦିନିଆ ଲକଡାଉନ୍

0
260

ଭୂବନେଶ୍ୱର,୦୨/୦୫/୨୦୨୧:କରୋନା ର ଦୃତୀୟ ଲହର ର ମୁକାବିଲା ପାଇଁ ରାଜ୍ୟ ସରକାର ନେଇଛନ୍ତି ବଡ ପଦକ୍ଷେପ। ଏଥିପାଇଁ ରାଜ୍ୟରେ ଲକଡାଉନ୍ ଘୋଷଣା କରାଯାଇଛି । ଆସନ୍ତା ମେ ୫ ତାରିଖରୁ ୧୯ ତାରିଖ ଯାଏଁ ଲାଗୁ କରାଯାଇଛି ୧୪ ଦିନିଆ ଲକଡାଉନ୍ । ଏହି ସମୟରେ ରାସନ, ପରିବା ଓ କ୍ଷୀର ଦୋକାନ ଖୋଲା ରହିବ । ପ୍ରତିରକ୍ଷା, କେନ୍ଦ୍ରୀୟ ଫୋର୍ସ, ଟ୍ରେଜେରୀ, ପୋଷ୍ଟାଲ ସେବା, ଟେଲିକମ୍ ସେବା, ଆଇଏମଡି, ଏନଆଇସି, ଜିଏସଟି ଅଫିସ୍ ଖୋଲା ରହିବ । ସେହିପରି ପୋର୍ଟ, ଏୟାରପୋର୍ଟ ଅଳ୍ପ କର୍ମଚାରୀରେ ଚାଲିବ । ଗଣମାଧ୍ୟମ ଅଫିସ୍, ଜଳ ଯୋଗାଣ, ଏଟିଏମ, ଅଗ୍ନିଶମ ଅଫିସ୍, ବିଜୁଳି ଯୋଗାଣ ସେବା, ଆଦି ଖୋଲାରହିବ । ମେଡିସିନ୍ ଦୋକାନ, ଆମ୍ବୁଲାନ୍ସ, କ୍ଲିନିକ୍, ହସ୍ପିଟାଲ ଆଦି ଖୋଲା ରହିବ ।ତେବେ ମାଛ, ମାଂସ ଅଣ୍ଡା,ଫଳ,ପନିପରିବା ଦୋକାନ ଖୋଲା ରହିବ । ହୋମ୍ ଡେଲିଭରୀ ହେବ । ସେହିପରି ଅନ୍ୟ ସମସ୍ତ ଅଫିସ୍, ଦୋକାନ ବଜାର, ବାଣିଜ୍ୟିକ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ, ଗମନାଗମନ ଓ ସାଧାରଣ ଚଳପ୍ରଚଳ ବନ୍ଦ ରହିବ ।ସମସ୍ତ ପାନ ଦୋକାନ, ହଲ୍, ସପିଂ ମଲ୍ ଆଦି ବନ୍ଦ ରହିବ । କୋଚିଂ ସେଣ୍ଟର, ଶିକ୍ଷାନୁଷ୍ଠାନ, ଜିମ୍ ମଧ୍ୟ ବନ୍ଦ ରହିବ । ବସ୍ ଚଳାଚଳ ମଧ୍ୟ ବନ୍ଦ ରଖାଯିବ । ଅଟୋ ରିକ୍ସା, ସେଲୁନ, ସ୍ପା, ବିଇଟି ପାର୍ଲର, ମନ୍ଦିର ଆଦି ବନ୍ଦ ରହିବ ।ଶନିବାର ଓ ରବିବାର ଦିନ ପୂର୍ବ ଭଳି ସମ୍ପୁର୍ଣ୍ଣ ସଟଡାଉନ ବଳବତ୍ତର ରହିବ।ସପ୍ତାହ ର ସବୁ ଦିନ ଟିକାକରଣ ଓ ଟେଷ୍ଟିଂ କାର୍ଯ୍ୟ ଜାରି ରହିବ।ଏନେଇ ଆଜି ରାଜ୍ୟ ସରକାର ଙ୍କ ଏସ ଓ ପି ଜାରି ହୋଇଛି।

LEAVE A REPLY

Please enter your comment!
Please enter your name here