ବୁଦ୍ଧଖୋଲ ଇକୋପାର୍କ କୁ ମାନ୍ୟବର ଜଙ୍ଗଲ ଓ ପରିବେଶ ସଂସଦୀୟ ଵ୍ୟାପାର ମନ୍ତ୍ରୀ ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖ ଦ୍ବାରା ଭିତ୍ତିପ୍ରସ୍ତର ସ୍ଥାପନ

0
134

ବୁଗୁଡ଼ା, ୧୧/୦୧/୨୦୨୦-(ଟୁକୁନା ପ୍ରଧାନ)- : ଆଜି ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଅନ୍ତର୍ଗତ ବୁଦ୍ଧଖୋଲ ଇକୋପାର୍କ କୁ ମାନ୍ୟବର ଜଙ୍ଗଲ ଓ ପରିବେଶ ସଂସଦୀୟ ଵ୍ୟାପାର ମନ୍ତ୍ରୀ ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖ ଭିତ୍ତିପ୍ରସ୍ତର ସ୍ଥାପନ କରି ବୁଦ୍ଧଖୋଲ ମହୋତ୍ସବ ର ଦ୍ୱିତୀୟ ଦିନରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଛନ୍ତି। ସେହି ପରି ଆସ୍କା ସାଂସଦ ପ୍ରମିଳା ବିଶୋଇ, ସୋରଡା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ଵାଇଁ, ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା, ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଳାଙ୍ଗ, ପୋଲସରା ବିଧାୟକ ତଥା ବୁଦ୍ଧଖୋଲ ଉନ୍ନୟନ କମିଟିର ସଭାପତି ଶ୍ରୀକାନ୍ତ ସାହୁ ପ୍ରମୁଖ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ । ଏଥିରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ, ଅତିଥି, ଲୋକ ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଆଜି ବହୁ ଲୋକଙ୍କ ସମାଗମ ହୋଇଥିଲା । ସାଂସ୍କୃତିକ କାର୍ଯ୍ୟକ୍ରମ ବେଶ୍ ଆକର୍ଷଣୀୟ ଥିଲା । ବୁଦ୍ଧଖୋଲ ମହୋତ୍ସବ କମିଟିର ସମସ୍ତ ସଦସ୍ୟ ମାନେ ଉପସ୍ଥିତ ରହିବା ସହ ସହଯୋଗ କରିଥିଲେ ।

LEAVE A REPLY

Please enter your comment!
Please enter your name here